
ଭୁବନେଶ୍ୱର: ବିଜେଡି ସରକାର ଅମଳରୁ ଜାରି ରହିଥିବା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ (ଏସ ଚ ଜି) ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ନୂଆ ଭାଜପା ସରକାର ଜାରି ରଖିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।ଅଧିକ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ- ମୁଖ୍ୟମନ୍ତ୍ରୀ
ସୂଚନା ଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ। ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରିରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ଏହା ଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ। ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି।