ଭୁବନେଶ୍ୱର ,୧୪ ଜଣ କୃଷକଙ୍କ ସମେତ ୧୪ ଜଣ ଅଧିକାରୀଙ୍କୁ ନେଇ ଗଠିତ ୨୮ ଜଣିଆ ଟିମ ଶନିବାର ଠାରୁ ସପ୍ତାହବ୍ଯାପୀ ମାଲେସିଆ ଗସ୍ତରେ ଯାଇ କୃଷିଭିତ୍ତିକ ପ୍ରଶିକ୍ଷଣ ନେବେ ।
ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ଗସ୍ତକୁ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି।
ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା, ଲକ୍ଷ୍ନୌ ସ୍ଥିତ ବ୍ୟାଙ୍କର୍ସ ଇନଷ୍ଟିଚ୍ୟୁଟ ଅଫ୍ ରୁରାଲ ଡେଭଲପମେଣ୍ଟ (BIRD) ଏବଂ ନାବାର୍ଡର ମିଳିତ ଆୟୋଜନରେ ଏହି ପ୍ରଶିକ୍ଷଣ ଅନୁଷ୍ଠିତ ହେଉଛି ।
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉଭୟ କୃଷକ ଓ ଅଧିକାରୀଙ୍କୁ ମାଲେସିଆ ଗସ୍ତ ନିମନ୍ତେ ଶୁଭେଚ୍ଛା ପ୍ରଦାନ କରି ପାରମ୍ପରିକ କୃଷି ସହିତ ବୈଜ୍ଞାନିକ ପଦ୍ଧତି ତଥା ଯନ୍ତ୍ରପାତିର ବ୍ୟବହାର ଇତ୍ୟାଦି ସମ୍ବନ୍ଧରେ ଶିଖିବା ପାଇଁ ଉତ୍ସାହିତ କରିଥିଲେ ।