ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି ।
ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା ହେବା ପରେ ଏହାର ସମାଧାନ ପାଇଁ ଏକ କମିଟି ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜସ୍ବ ତଥା ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯିବ। ଏହି କମିଟି ବର୍ତ୍ତମାନ ସ୍ଥିତି ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ।