ଭୁବନେଶ୍ୱର:ରାଜ୍ୟରେ ଆଉ ୨୦ଟି ନୂଆ ଏନଏସି ଗଠନ ହେବ । ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ ଜିଲାରୁ ୨୦ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ଗଠନ କରିବାକୁ ପ୍ରସ୍ତାବ ଆସିଛି । ଏହି ପ୍ରସ୍ତାବଗୁଡିକୁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ରା ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ।