
ଭୁବନେଶ୍ୱର: କଟକ ଖାନ୍ନଗରସ୍ଥିତ ବ୍ରିଜ୍ ନିର୍ମାଣ ବେଳେ ସ୍ଲାବ୍ ଖସିପଡ଼ିବାରୁ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନ୍ୟ ୨ ଜଣ ଗୁରୁତର ଶ୍ରମିକଙ୍କର ଚିକିତ୍ସା ଜାରି ରହିଛି ।
ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଆହତମାନଙ୍କ ର ଆସୁ ଆରୋଗ୍ୟ କାମନା କରିବା ସହ ମାଗଣା ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏଥି ସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୫ ଲକ୍ଷ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଏହି ଘଟଣାର ମୁଖ୍ୟମନ୍ତ୍ରୀ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।