ଭୁବନେଶ୍ୱର: ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନବନ୍ଦର ନିର୍ମାଣ ପାଇଁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ପ୍ରକଳ୍ପ୫,୬୩୧ କୋଟି ଟଙ୍କା ମୂଲ୍ୟରେ ୧,୧୬୪ ଏକର ଜମିରେ ବିକଶିତ ହେବ । ଏହାର ନିର୍ମାଣ କାର୍ଯ୍ୟ ୩ ଟି ପର୍ଯ୍ୟାୟରେ ହେବ । ଏହି ବିମାନବନ୍ଦର କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କୁ ଯାତାୟାତ ସୁବିଧା ମିଳିପାରିବ । ଏହି ବିମାନ ବନ୍ଦର ଦ୍ୱାରା ରାଜ୍ୟରେ ଆଞ୍ଚଳିକ ସଂଯୋଗୀକରଣ ବୃଦ୍ଧିହେବା ସହିତ ରାଜ୍ୟରେ ଆର୍ଥିକ ଅଭିବୃଦ୍ଧିକୁ ଏକ ନୂତନ ଗତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ଋାମମୋହନ ନାଇଡୁଙ୍କୁ ଧନ୍ୟବାଦ ଦେଇଛନ୍ତି ।