ଭୁୁବନେଶ୍ୱର: ଆସନ୍ତା ମାସରେ ଭାଜପା ସରକାର ବର୍ଷ ପୂର୍ତ୍ତୀ ଉତ୍ସବ ପାଳନ କରିବ । ଏହି ଉତ୍ସବ ସହିତ ଜୁନ ୨୭ ତାରିଖରେ ପଡୁଥିବା ପୃଥିବୀ ପ୍ରସିଦ୍ଧ ମହାପ୍ରଭୁଙ୍କର ଘୋଷ ଯାତ୍ରାରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିମନ୍ତ୍ରଣ କରିଛନ୍ତି । ନୀତି ଆୟୋଗ ବୈଠକରେ ଯୋଗ ଦେବା ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିବା ଜଣାପଡିଛି । ଏ ନେଇ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆସନ୍ତା ଜୁନ ୪ରୁ ୧୪ ତାରିଖ ଯାଏ ରାଜ୍ୟ ସରକାର ବର୍ଷପୂର୍ତ୍ତି ପାଳନ କରିବେ । ଆଉ କିଛି ଦିନ ପରେ ରଥଯାତ୍ରା ପଡୁଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି । କେବଳ ପ୍ରଧାନମନ୍ତ୍ରୀ ନୁହଁନ୍ତ, ବଂର ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀମାନଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ଜୁନ ୩ ତାରିଖ ଶୁକ୍ରବାର ୩ ଠାକୁର ରଥରେ ବିରାଜମାନ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ । ଏହି ଦିବ୍ୟଲିଲା ଦେଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ କରିଛନ୍ତି ବୋଲି ପୂର୍ତ୍ତ ମନ୍ତ୍ରୀ କହିଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ ନୀତି ଆୟୋଗ ଅବସରରେ ସମସ୍ତଙ୍କୁ ରଥଯାତ୍ରାରେ ପୁରୀ ଆସିବାକୁ ଅନୁରୋଧ କରାଯାଇଛି ।