ଭୁୁବନେଶ୍ୱର: ଆସନ୍ତା ୨୦ ତାରିଖରେ ଓଡିଶାରେ ଭାଜପା ସରକାରକୁ ୧ ବର୍ଷ ପୂର୍ତ୍ତି ହେବ । ଏହି ଉପଲକ୍ଷେ ଭୁବନେଶ୍ୱର ଜନତା ମଇଦାନ ଠାରେ ରାଜ୍ୟସ୍ତରୀୟ ସମାବେଶ ଆୟୋଜନ କରାଯିବ । ଏହି କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହେବାର ସମ୍ଭାବନା ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମାବେଶରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ର ଖି ୨୦ ତାରିଖରେ ଭୁବନେଶ୍ୱର ଓ କଟକର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଏବଂ ବେସରକାରୀ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ବୁଧବାର କଟକ ଓ ଖୋର୍ଦ୍ଧା ଜିଲାର ଶିକ୍ଷା ଅଧିକାରୀମାନଙ୍କୁ ଚିଠି ଲେଖି ଜଣାଇ ଦେଇଛନ୍ତି । ଜନ ଗହଳି ଯୋଗୁ ଟ୍ରାଫିସ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।