ଓଡ଼ିଶାର ବରପୁତ୍ରମାନଙ୍କୁ ସମ୍ମାନିତ କରିବା ପାଇଁ ରାଜ୍ୟ ସରକାର ଐତିହ୍ୟ ଗ୍ରାମ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ଓଡ଼ିଶାର ବରପୁତ୍ରମାନଙ୍କର ଜନ୍ମସ୍ଥଳୀର ବିକାଶ କରାଯିବ। ଏହି ଯୋଜନା ଅନୁଯାୟୀ, ପ୍ରତ୍ୟେକ ଐତିହ୍ୟ ଗ୍ରାମ ପାଇଁ ପ୍ରାୟ ୧୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସମ୍ପୂର୍ଣ୍ଣ ଯୋଜନାରେ ପ୍ରାୟ ୩୧୯ କୋଟି ଟଙ୍କା ବିନିଯୋଗ ହେବ। ଏହି ଯୋଜନାରେ ବରପୁତ୍ର ମାନଙ୍କ ଜନ୍ମସ୍ଥଳୀରେ ପୂର୍ବ ପୁରୁଷଙ୍କର ବାସଗୃହକୁ ସଂଗ୍ରହାଳୟ ଭାବେ ବିକାଶ ପ୍ରତିମୂର୍ତ୍ତି ସ୍ଥାପନା କରିବା, ବ୍ୟାଖ୍ୟାନ କେନ୍ଦ୍ର ପ୍ରତିଷ୍ଠା କରିବା, ଶିଶୁ ଉଦ୍ୟାନ, କାରୁକଳା ଓ ପାକଶାଳା ଷ୍ଟଲ୍, ଇତ୍ୟାଦି ନିର୍ମାଣ, ଗ୍ରନ୍ଥାଗାର ନିର୍ମାଣ, ସମ୍ମିଳନୀ କକ୍ଷ, ଖୋଲା ଆକାଶ ନାଟ୍ୟମଞ୍ଚ ଇତ୍ୟାଦିର ନିର୍ମାଣ ଆଦି ପଦକ୍ଷେପ ନିଆଯାଇ ସେମାନଙ୍କ ଗ୍ରାମକୁ ଐତିହାସିକ ସାଂସ୍କୃତିକ ସ୍ମୃତିସ୍ଥଳ ଏବଂ ପର୍ଯ୍ୟଟନ ସ୍ଥଳ ଭାବେ ବିକଶିତ କରିବାର ଲକ୍ଷ୍ୟ ରଖାଯାଇଛି ।