ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୧୫ ତାରିଖରେ ସମଗ୍ର ଦେଶରେ ପାଳନ ହେବ ସ୍ୱାଧୀନତା ଦିବସ । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଏବଂ କେଉଁ ଜିଲାରେ କେଉଁମନ୍ତ୍ରୀ ପତାକା ଉତ୍ତେଳନ କରି ଅଭିଭାଦନ ଗ୍ରହଣ କରିବେ ସେ ନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ତାଲିକା ପ୍ରକାଶ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜଧାନୀରେ ପତାକା ଉତ୍ତୋଳନ କରିବା ସହିତ ପରେଡରେ ଅଭିବାଦନ ଗ୍ରହଣ କରିବେ । ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କେନ୍ଦୁଝରରେ ଜାତୀୟ ପତାକା ଉତ୍ତୋଳନ କରି ଅଭିବାବଦନ ଗ୍ରହଣ କିରବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କଟକରେ ଜାତୀୟ ପତାକା ଉତ୍ତୋଳନ କରିବେ । ରାଜସ୍ୱ ଓ ବିପର୍ଯ୍ୟୟ ପ ରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସମ୍ବଲପୁରେ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ବଲାଙ୍ଗୀର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କଳାହାଣ୍ଡି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କନ୍ଧମାଳ, ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ ପୁରୀ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୁନ୍ଦରଗଡ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୁତିଭୁଷଣ ଜେନା ଗଜପତି ଜିଲାରେ ଜାତୀୟ ପତାକା ଉତ୍ତୋଳନ କରିବେ । ସେହିପରି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଭଦ୍ରକ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ନବରଙ୍ଗପୁର, ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୋନପୁର, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଅ୍ୁନୁଗୋଳ,ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ରାୟଗଡା ଏବଂ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମୟୂରଭଞ୍ଜରେ ପତାକା ଉତ୍ତୋଳନ କରିବେ । ରାଉରକେଲା ଓ ବ୍ରହ୍ମପୁରରେ ଆରଡିସି, ବୌଦ୍ଧ, ବରଗଡ, ବାଲେଶ୍ୱର, ଦେବଗଡ, ଢେଙ୍କାନାଳ, ଗଞ୍ଜାମ, ଝାରସୁଗୁଡା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, କୋରାପୁଟ, କେନ୍ଦ୍ରାପଡା, ମାଲନାନଗିରି, ନୂଆପଡା ଏବଂ ନୟାଗଡରେ ଜିଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବେ ।