ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ମହାନଦୀ ଜଳ ବିବାଦ ପାଇଁ ରାଜ୍ୟ ସରକାର ୭ ଜଣିଆ କମଟି ଗଠନ କରିଛନ୍ତି। ଓଡ଼ିଶା ସରକାରଙ୍କ ଜଳ ସମ୍ପଦ ବିଭାଗ ଦ୍ଵାରା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍ରେ ଚାଲୁଥିବା ଆଲୋଚନା ଓ ପ୍ରକ୍ରିୟା ଗୁଡିକୁ ଦୃଷ୍ଟିରେ ରଖି, ଏବଂ ମହାନଦୀ ଜଳ ବିଷୟର ଜଟିଳତା ଓ ଭାବପ୍ରବଣତାର ଗୁରୁତ୍ୱକୁ ମନେକରି, ରାଜ୍ୟ ସରକାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି କମିଟି ଗଠନ କରାଯାଇଛି।
ଏହି କମିଟି ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବ ଏବଂ ରାଜ୍ୟର ବୈଷୟିକ ଏବଂ ପ୍ରଶାସନିକ ସ୍ତରରେ ଚାଲୁଥିବା ପ୍ରୟାସଗୁଡ଼ିକୁ ଆବଶ୍ୟକ ନୀତିଗତ ଦିଗଦର୍ଶନ ପ୍ରଦାନ କରିବ। ଏହି କମିଟିରେ ୭ ଜଣ ବିଧାୟକ/ବିଧାୟିକାମାନେ ସଦସ୍ୟ ଅଛନ୍ତି ।
ଏହି କମିଟିରେ ରାଜସ୍ବ ଓ ବିପର୍ଯ୍ୟପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଆଇନି ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ, ମନ୍ତ୍ରୀ,ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ , ବିଧାୟକ ନିରଂଜନ ପୂଜାରୀ, ବିଧାୟକ ଜୟନାରାୟଣ ମିଶ୍ର, ଏବଂ ବିଧାୟିକା ସୋଫିଆ ଫିର୍ଦୋସ୍। ସଦସ୍ୟ ରହିଛନ୍ତି।