ଭୁବନେଶ୍ୱର: ରାଜ୍ୟ ସରକାର ୩ ବର୍ଷିଆ ନୂଆ ଅବକାରୀ ନୀତି ୨୦୨୬-୨୯ ଅନୁମୋଦନ ଦେଇଛନ୍ତି । ଏ ନେଇ ଅବକାରୀ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ରାଜ୍ୟରେ ଆସନ୍ତା ୩ ବର୍ଷ ପାଇଁ ନୂତନ ଠିପି ଖୋଲା ଓ ଠିପି ବନ୍ଦ ମଦ ଦୋକାନ ଖୋଲିବାକୁ ମିଳିବ ନାହିଁ। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ବି ମିଳିବନି ଅନୁମତି। ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ ଖୋଲିବନି ମଦ ଦୋକାନ। ସି ସି ଟିଭି ନିରୀକ୍ଷଣରେ ରହିବ ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ। ନୂଆ ଅବକାରୀ ଲାଇସେନ୍ସ ପାଇଁ ୧୦ ପ୍ରତିଶତ ଆବେଦନ ଶୁଳ୍କ ବୃଦ୍ଧି କରାଯାଇଛି । ଏଣିକି ହୋମ୍ ଡେଲିଭରିରେ ମିଳିବନି ମଦ।
ନୂଆ ଅବ୍ଅଅକ୍ବଆରି ନୀତି ସମ୍ପର୍କରେ ବିଧାନ ସଭାରେ ଗଣ ମାଧ୍ୟମକୁ ସୂଚନା ଦେଇ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି ଯେ, ଲାଇସେନ୍ସ ଶୁଳ୍କ ବାର୍ଷିକ ୧୦ ରୁ ୨୦ ପ୍ରତିଶତ ବୃଦ୍ଧି ପାଇବ। IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି। ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର କରାଯାଇଛି।
ରାଜ୍ୟ ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି। ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହି ନୀତି କାର୍ଯ୍ୟକାରୀ ହେବ । ପୂର୍ବ ପ୍ରଚଳିତ ବାର୍ଷିକ ନୀତି ପରିବର୍ତ୍ତେ ତ୍ରୈବାର୍ଷିକ ଅବକାରୀ ନୀତି ରୂପରେଖ ପ୍ରବର୍ତ୍ତନ ମାଧ୍ୟମରେ ସରକାର ଏହି କ୍ଷେତ୍ରରେ ନୀତିରେ ସ୍ଥିରତା ଓ ସ୍ୱଚ୍ଛତା ଆଣିବାକୁ ଉଦ୍ୟମ କରୁଛନ୍ତି। ଏହାସହିତ ଆବଶ୍ୟକ ହେଲେ ଏହାକୁ ପରିବର୍ତ୍ତନ କରିବାର ପ୍ରକ୍ରିୟା ମଧ୍ୟ ରଖୁଛନ୍ତି। ଏହି ନୀତି ଅଧୀନରେ ଏକ ଗୁରୁତ୍ବପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ଲାଗୁ ହେବ । ଏହା ମାଧ୍ୟମରେ ମଦକୁ ଏକ କ୍ଷତିକାରକ ପଦାର୍ଥ ଭାବେ ସ୍ଵୀକାର କରାଯାଇଛି । ଏହି ସେସ୍ରୁ ଆସୁଥିବା ଆୟ ମଡେଲ ଡି-ଆଡିକ୍ସନ କେନ୍ଦ୍ର ସ୍ଥାପନ ଓ ସୁଦୃଢ଼ କରିବାରେ ବ୍ୟୟ କରାଯିବ।
ଏକ ମୁଖ୍ୟ ସଂରଚନାତ୍ମକ ସଂଶୋଧନ ଭାବେ minimum guaranteed quantity (MGQ) ପ୍ରଣାଳୀରୁ minimum guaranteed excise revenue (mger) ପ୍ରଣାଳୀକୁ ଆଣାଯାଇଛି। ଏହା ଦ୍ବାରା ସରକାରୀ ରାଜସ୍ୱ ସୁରକ୍ଷିତ ହେବା ସହିତ ବ୍ୟବସାୟୀମାନଙ୍କୁ କେବଳ ପରିମାଣ ଲକ୍ଷ୍ୟ ପୂରଣ ପାଇଁ ବିକ୍ରି ବଢ଼ାଇବାର ଚାପ ହ୍ରାସ ପାଇବ । ଏହା କୁଚିଆ ବିକ୍ରୟ ପ୍ରଥାକୁ ରୋକିବାରେ ସହାୟକ ହେବ। ଏହି ନୀତି ଅନୁଯାୟୀ ରାଜ୍ୟରେ ନୂତନ off, cl ,କିମ୍ବା os ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହଁ । ଗ୍ରାମୀଣ ଅଞ୍ଚଳରେ ମଧ୍ୟ ନୂତନ ଥିଲି ଖୋଲା ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହିଁ। କେବଳ ଶିଳ୍ପାଞ୍ଚଳର ୩-ତାରକା ଓ ତାହା ଠାରୁ ଉପର ହୋଟେଲ୍ ଓ କ୍ଲବ୍ରେ ଛାଡ଼ ରହିବ। ଧାର୍ମିକ ଓ ସାଂସ୍କୃତିକ ଭାବନାକୁ ସମ୍ମାନ ଦେଇ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବ ନାହିଁ । ଏହା ସହିତ ଘରକୁ ମଦ ପହଞ୍ଚାଇବାକୁ ମଧ୍ୟ ଅନୁମତି ଦିଆଯିବ ନାହିଁ।
Out-still ଉତ୍ପାଦନ ୟୁନିଟ୍ ଗୁଡ଼ିକୁ ଆଧୁନିକୀକରଣ, ଉନ୍ନତ ପ୍ୟାକେଜିଂ ଏବଂ ଗୁଣବତ୍ତା ନିୟନ୍ତ୍ରଣ ଯନ୍ତ୍ରପାତି ସ୍ଥାପନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । Fssai ସାର୍ଟିଫିକେସନ୍ ଓ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପାଳନ ଅନିବାର୍ୟ୍ୟ କରାଯିବ। ନିର୍ଦ୍ଧାରିତ ସମୟ ସୀମାରେ ଆଧୁନିକୀକରଣ ସମ୍ପୂର୍ଣ୍ଣ କରୁଥିବା ୟୁନିଟ୍ ମାନଙ୍କୁ ପ୍ରୋତ୍ସାହନ ମଧ୍ୟ ଦିଆଯିବ। ସରକାର ଋଘଇ ଗତିବିଧି ନିରୀକ୍ଷଣ ଓ ଉତ୍ପାଦନରୁ ବିକ୍ରୟ ପର୍ୟ୍ୟନ୍ତ ପ୍ରତ୍ୟେକ ବୋତଲକୁ ଟ୍ରାକ୍ କରିବା ପାଇଁ track & trace ପ୍ରଣାଳୀ ପ୍ରବର୍ତ୍ତନ କରିବାକୁ ସ୍ଥିର କରିଛନ୍ତି । ସମସ୍ତ ଉତ୍ପାଦନ ୟୁନିଟ୍ ଓ ଖୁଚୁରା ଦୋକାନ ଗୁଡ଼ିକୁ CCTV ନିରୀକ୍ଷଣ ଅଧୀନରେ ଆଣାଯିବ ଏବଂ ଏହାକୁ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟ ଓ ସମ୍ପର୍କିତ ଜିଲ୍ଲା କାର୍ଯ୍ୟାଳୟ ସହ ସଂଯୋଜିତ କରାଯିବ। ଏହା ସହିତ ରାଜ୍ୟର ଅବକାରୀ ରାସାୟନିକ ପରୀକ୍ଷାଗାର ଗୁଡ଼ିକୁ ଆଧୁନିକ ପ୍ରଯୁକ୍ତି ଓ ପ୍ରଶିକ୍ଷିତ ମାନବ ସମ୍ବଳ ମାଧ୍ୟମରେ ସୁଦୃଢ଼ ଓ ଉନ୍ନତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।