
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ରାଜ୍ୟରେ 2,500 ଗୃହରକ୍ଷୀ ପଦବୀ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା 17,675 ଅଛି। 2,500 ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା 20,175 ବୃଦ୍ଧି ହୋଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ 12,000 ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି । ଏହାକୁ ଦୃଷ୍ଟରେ ରଖି ଗୃହରକ୍ଷୀ ପଦବୀ ସୃଷ୍ଟି କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆ ଯାଇଛି।